୧୯ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଆସୁଛନ୍ତି। ମଇ ୧୯ ରବିବାର ଦିନ ପ୍ରଧାନମନ୍ତ୍ରୀ ମୋଦୀ ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟା ୭ଟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ବୈଠକରେ ସମୀକ୍ଷା କରିବେ।ସେହିଦିନ ଭୁବନେଶ୍ୱରରେ ରାତ୍ରୀଯାପନ କରିବେ। ତା’ ପରଦିନ ମଇ ୨୦ ସୋମବାର ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ। ଏହାପରେ ପୁରୀରେ ରୋଡ ଶୋ’ କରିବେ ମୋଦୀ। ପରେ ଅନୁଗୁଳ ଓ କଟକରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ।ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.