ମଇ ୨୫ ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଶନିବାର ମଇ ୨୫ ଦେଶରେ ହେବ ଷଷ୍ଠ ପର୍ଯ୍ୟାୟ ମତଦାନ । ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନ ପାଇଁ ଭୋଟ ଦେବେ ହେବ ମତଦାତା । ଏଥିରେ ରହିଛି ଦିଲ୍ଲୀର ୭ଟି, ବିହାରର ୮ଟି, ହରିୟାଣାର ୧୦ଟି, ଝାଡଖଣ୍ଡର ୪ଟି, ଓଡିଶାର ୬ଟି, ଉତ୍ତରପ୍ରଦେଶର ୧୪ଟି, ପଶ୍ଚିମବଙ୍ଗର ୮ଟି ଓ ଜାମ୍ମୁକାଶ୍ମୀରର ଗୋଟିଏ ଆସନ । ଷଷ୍ଠ ପର୍ଯ୍ୟାୟରେ ୫୮ଟି ଆସନରେ ୮୮୯ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା । 

ଦେଶର ଏହା ଷଷ୍ଠ ପର୍ଯ୍ୟାୟ ଭୋଟ ହୋଇଥିବାବେଳେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ୬ଟି ଲୋକସଭା କ୍ଷେତ୍ର ସମ୍ବଲପୁର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ପୁରୀ, ଭୁବନେଶ୍ବରରେ ଭୋଟ୍ ଗ୍ରହଣ ହେବ । ଏହି ୬ ଲୋକସଭା ଆସନ ଅନ୍ତର୍ଗତ ୪୨ ବିଧାନସଭା ଆସନରେ ବି ନିର୍ବାଚନ ଅନୁଷ୍ଠିତ ହେବ । ମୋଟ ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୪ ଲକ୍ଷ ୪୮ ହଜାର ଭୋଟର୍ । ପୁରୁଷ ଭୋଟରଙ୍କ ସଂଖ୍ୟା ୪୮ ଲକ୍ଷ ୩୦ ହଜାର ଥିବାବେଳେ ୪୬ ଲକ୍ଷ ୧୮ ହଜାର ମହିଳା ଭୋଟର ମତଦାନ ସାବ୍ଯସ୍ତ କରିବେ । ଏହି ପର୍ଯ୍ୟାୟରେ ୨୧ ପ୍ରତିଶତ ଯୁବ ଭୋଟର ଥିବାବେଳେ ୩ହଜାର ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ଘରୁ ମତଦାନ କରିଛନ୍ତି । ୬୪ ଜଣ ସାଂସଦ ପ୍ରାର୍ଥୀ ରହିଥିବାବେଳେ ୩୮୩ ବିଧାୟକ ପ୍ରାର୍ଥୀ ମୈଦାନରେ ପରସ୍ପରକୁ ଟକ୍କର ଦେଉଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.