ଜୁନାଗଡ଼ ସହରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଜଣେ ମୃତ, ଜଣେ ଗୁରୁତର 

ଓଡ଼ିଆ ବାର୍ତ୍ତା/ ଜୁନାଗଡ଼ (ସ୍ବାସ୍ତିଦୀପ ଆଦିତ୍ୟ): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହରରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କର ଜୀବନ ହାନି ହୋଇଛି। ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ ଜୁନାଗଡ଼ ଲକ୍ଷ୍ମୀସାଗର ପଡ଼ାର ଅବସରପ୍ରାପ୍ତ ଶିକ୍ଷକ ସୌମିତ୍ରୀ ମୁଣ୍ଡ ପେଟ୍ରୋଲ ପମ୍ପରୁ ଫେରୁଥିବା ବେଳେ ଅପରପଟୁ ବାରବେଶାଳ ଗ୍ରାମର ବାଦଲ ନାଏକ ଓ ତାଙ୍କ ସାଙ୍ଗ ଆସୁଥିଲେ। ଶ୍ରୀ ମନ୍ଦିର କପଡ଼ା ଦୋକାନ ସାମ୍ନାରେ ଦୁଇ ମୋଟର ସାଇକଲ ମୁହାଁମୁହିଁ ଧକ୍କା ହୋଇଥିଲା। ଉଭାୟଙ୍କୁ ଜୁନାଗଡ଼ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ସୌମିତ୍ରୀ ମୁଣ୍ଡଙ୍କ ମୃତ୍ୟୁ ହୋଇଥିଲା। ବାଦଳଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପ୍ରଥମେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନା ଓ ପରେ ରାୟଗଡ଼ାକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟ ପକ୍ଷରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଏକ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଛି। ପୋଲିସ ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.