ଷଷ୍ଠ ପର୍ଯ୍ୟାୟ ପାଇଁ ଭୋଟ୍ ଦେଉଛି ଭାରତ

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଆଜି ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଅଧିକ ମାତ୍ରାରେ ଭୋଟ ଦେବା ପାଇଁ ଅପିଲ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ଟ୍ବିଟ କରି କହିଛନ୍ତି, “୨୦୨୪ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ସମସ୍ତ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ୍ ଦେବା ପାଇଁ ମୁଁ ଅନୁରୋଧ କରୁଛି। ପ୍ରତ୍ୟେକ ଭୋଟ୍ ଗୁରୁତ୍ୱପୂର୍ଣ୍ଣ, ଆପଣଙ୍କ ଭୋଟ୍ ମଧ୍ୟ! ଗଣତନ୍ତ୍ର ସେତେବେଳେ ସୁଦୃଢ଼ ହୁଏ ଯେତେବେଳେ ଲୋକମାନେ ନିର୍ବାଚନ ପ୍ରକ୍ରିୟାରେ ସକ୍ରିୟ ଭାବରେ ସାମିଲ ହୁଅନ୍ତି। ମୁଁ ବିଶେଷ କରି ମହିଳା ଓ ଯୁବ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ୍ ଦେବାକୁ ଅନୁରୋଧ କରୁଛି।”

Omkar Vasthu
Omkar Vasthu

ଷଷ୍ଠ ପର୍ଯ୍ୟାୟରେ ବିହାରର ୮ ଲୋକସଭା ଆସନ ସମେତ ହରିୟାଣାର ସମସ୍ତ ୧୦ଟି ଆସନ, ଜମ୍ମୁ ଓ କଶ୍ମୀରର ଗୋଟିଏ, ଝାଡ଼ଖଣ୍ଡର ୪, ଦିଲ୍ଲୀର ସମସ୍ତ ୭, ଓଡ଼ିଶାର ୬, ଉତ୍ତର ପ୍ରଦେଶର ୧୪ ଏବଂ ପଶ୍ଚିମବଙ୍ଗର ୮ଟି ଆସନ ଲାଗି ମତଦାନ ଜାରି ରହିଛି ।୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ମତଦାନ ଚାଲିଛି। ମୋଟ୍ ୫୮ଟି ଲୋକସଭା ଆସନ ଲାଗି ଭୋଟର ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର୍। ଭୋଟିଂ ପ୍ରକ୍ରିୟା ସନ୍ଧ୍ୟା ୬ଟା ଯାଏ ଚାଲିବ।ଏହି ପର୍ଯ୍ୟାୟରେ ମୋଟ୍୧୧.୧୩ କୋଟି ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରୁଛନ୍ତି। ମତଦାତାଙ୍କ ମଧ୍ୟରୁ ୫.୮୪ କୋଟି ପୁରୁଷ, ୫.୨୯ କୋଟି ମହିଳା ଏବଂ ୫,୧୨୦ ଜଣ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି। ଏହି ପର୍ଯ୍ୟାୟରେ ମୋଟ୍‍ ୮୮୯ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.