ନବୀନ ବାବୁଙ୍କୁ କହିବାର ସ୍ବାଧୀନତା ନାହିଁ, କି କାହାକୁ ଭେଟିବାର ସ୍ବାଧୀନତା ନାହିଁ -ସ୍ମୃତି ଇରାନୀ

ଓଡ଼ିଆ ବାର୍ତ୍ତା/ ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ଆୟୋଜିତ ବିଜେପିର ସଙ୍କଳ୍ପ ସମାବେଶରେ ଯୋଗଦେଇ ରାଜ୍ୟର ବିଜେଡ଼ି ସରକାର ଉପରେ ଜୋର୍ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ଓଡ଼ିଶାରେ ରିମୋଟ୍ କଣ୍ଟ୍ରୋଲରେ ସରକାର ଚାଲିଛି। ବିଜେଡି ଓଡ଼ିଶାକୁ ଜମି, କୋଇଲା, ବାଲି ଓ ଖଣି ମାଫିଆଙ୍କ ଭଳି ମାଫିଆ ଦେଇଛି। ସରକାର କାହିଁକି ରତ୍ନଭଣ୍ଡାର ତଦନ୍ତ ରିପୋର୍ଟକୁ ସାର୍ବଜନୀନ ନ କରି ଚାପି ଦେଲେ। ମୁଁ ରାଜ୍ୟସରକାରଙ୍କୁ ଚେତାବନୀ ଦେଉଛି, ଓଡ଼ିଶାରେ ବିଜେପି ସରକାର ଆସିଲେ, ରତ୍ନଭଣ୍ଡାର ଚାବି ରିପୋର୍ଟର ଯାଞ୍ଚ କରାଯିବ। ଯାଞ୍ଚ ପରେ ଦୋଷୀ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଓଡ଼ିଶାରେ ନବୀନ ବାବୁଙ୍କୁ କହିବାର ସ୍ବାଧୀନତା ନାହିଁ, କି କାହାକୁ ଭେଟିବାର ସ୍ବାଧୀନତା ନାହିଁ। ବିଜେପି ସରକାର ଆସି‌ଲେ, ସୁଭଦ୍ରା ଯୋଜନାରେ ଓଡ଼ିଶାରେ ପ୍ରତି ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର୍ ଦିଆଯିବ ବୋଲି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଗରିବ ଲୋକଙ୍କୁ ଘର ଦେଉଛନ୍ତି, ଚାଉଳ ଦେଉଛନ୍ତି, ଲକ୍ଷେ ୬୦ହଜାର ଘରକୁ ପାଣି ଯୋଗାଇଛନ୍ତି। ଏହାଛଡ଼ା କିଷାନ୍ ସମ୍ମାନନିଧି ବାବଦରେ ପ୍ରତି କୃଷକଙ୍କ ଖାତାକୁ ସିଧାସଳଖ ୬ ହଜାର ଟଙ୍କା ପଠାଉଛନ୍ତି। ଏଣୁ ବିଜେପିକୁ ଭୋଟ ଦେଇ ବିଜୟୀ କରିବାକୁ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ନିବେଦନ କରିଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.