ମହିଳା ପୋଲିଂ ଅଫିସର ସୁଜାତା ମିତ୍ରଙ୍କ ମୃତ୍ୟୁ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ କଟକର ହାଡ଼ିବନ୍ଧୁ ସ୍କୁଲର ୧୧୪ ନଂ ବୁଥ୍‌ରେ ଡ୍ୟୁଟି କରୁଥିବା ମହିଳା ପୋଲିଂ ଅଫିସର ସୁଜାତା ମିତ୍ରଙ୍କ ମୃତ୍ୟୁ ଘଟିଛି । ସେ ଶନିବାର ନିର୍ବାଚନ ଡ୍ୟୁଟିରେ ଥିବା ବେଳେ ବୁଥ୍ ମଧ୍ୟରେ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏହି ଦୁଃଖଦ ଘଟଣାରେ ଗଭୀର ଶୋକପ୍ରକାଶ କରିବା ସହ ସ୍ୱର୍ଗତା ମିତ୍ରଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତିା ଏହା ସହ ସେ ଅମର ଆତ୍ମାଙ୍କ ସଦ୍ଗତି କାମନା କରିଛନ୍ତି । ବିଧି ମୁତାବକ ସାହାଯ୍ୟ ବ୍ୟତିରେକ ଭାରତ ନିର୍ବାଚନ ଆୟୋଗଙ୍କ ଘୋଷଣାମତେ ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅତିରିକ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ଏହା ସହ ଶୀଘ୍ର ବିଧି ମୁତାବକ ବିହିତ ପ୍ରକ୍ରିୟା କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.