ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ; ପାସ୍ ହାର ୯୬.୦୭%

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ କରାଯାଇଛି । ଚଳିତବର୍ଷ ପାସ୍ ହାର ୯୬.୦୭% । ତେବେ ଚଳିତ ଥର ଛାତ୍ରଙ୍କ ତୁଳନାରେ ଛାତ୍ରୀ ବାଜି ମାରିଛନ୍ତି। ଝିଅଙ୍କ ମାସ ହାର ୯୭.୭୩ ପ୍ରତିଶତ ରହିଥିବା ବେଳେ ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ ରହିଛି । ସୂଚନାଥାଉ ଯେ, ଚଳିତ ବର୍ଷ ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫେବ୍ରୁଆରୀ ୨୦ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖରେ ଶେଷ ହୋଇଥିଲା । ମାଟ୍ରିକରେ ୫୧ ଲକ୍ଷ ୪୧ହଜାର ୬୧୧, ମଧ୍ୟମାରେ ୩ହଜାର ୩୭ ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ୭ ହଜାର ୮୩୧ ଜଣ ପିଲା ଫର୍ମ ପୂରଣ କରିଥିଲେ । ମାଟ୍ରିକ ପରିକ୍ଷାରେ ଉତିନ୍ନ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.