ଲୋକସଭା ନିର୍ବାଚନରେ ମାଟି କାମୁଡି ପଡ଼ିଲା ବିଜେଡ଼ି 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଓଡିଶାରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ଭୋଗିଛି ୨୫ ବର୍ଷର ଶାସକ ଦଳ ବିଜେଡି । ବିଧାନସଭାରେ ମାତ୍ର ୫୧ ସିଟ୍ ଜିତି ନିଜର ସମ୍ମାନ ରଖି ପାରିଥିବା ବିଜେଡି କିନ୍ତୁ ଲୋକସଭା ନିର୍ବାଚନରେ ମାଟି କାମୁଡିଛି । ଦଳ ଅତି ଲଜ୍ଜାଜନକ ପରାଜୟ ଭୋଗିଛି । ଓଡିଶାର ୨୧ ଲୋକସଭା ସିଟରୁ ଦଳ ଗୋଟିଏ ହେଲେ ଜିତି ପାରିଲା ନାହିଁ । ଅର୍ଥାତ ଦଳ ଖାତା ବି ଖୋଲି ପାରିଲା ନାହିଁ । ୨୦ଟି ଆସନ ବିଜେପି ପୋଛି ନେଇଥିବା ବେଳେ କଂଗ୍ରେସ ନିଜର କୋରାପୁଟ ଆସନ ବଞ୍ଚାଇବାରେ ସଫଳ ହୋଇଛି । ୨୦୧୪ ଲୋକସଭା ନିର୍ବାଚନରେ ଯେଉଁ ବିଜେଡି ୨୦ ଏବଂ ୨୦୧୯ରେ ୧୨ଟି ସିଟ୍ ଜିତିଥିଲା ସେହି ଦଳ ଆଜି ଖାତା ବି ଖୋଲି ପାରିନି । ବିଜେଡି ଏମିତି ଧରାଶାୟୀ ହେବ କେହି କେବେ ହେଲେ ଭାବି ପାରି ନ ଥିଲେ । ଆଉ ଇଣ୍ଡିଆ ଟୁଡେ ଏକ୍ସିସ ମାଇ ଇଣ୍ଡିଆର ଏକଜିଟ୍ ପୋଲ ସତ ପ୍ରମାଣିତ ହୋଇଛି । ଏହି ପୋଲରେ କୁହାଯାଇଥିଲା ଯେ, ବିଜେଡି ୧୮ରୁ ୨୦ ଏବଂ ବିଜେଡି ୧ରୁ ୩ ଆସନ ଜିତିବ । କିନ୍ତୁ ବିଜେପି ତ ୨୦ ଜିତିଲା ହେଲେ ବିଜେଡି ଗୋଟିଏ ହେଲେ ଜିତି ପାରିଲା ନାହିଁ । ଯେଉଁ ଗୋଟିଏ ଆସନରେ ଦଳ ଶେଷ ପର୍ଯ୍ୟନ୍ତ ଅଗ୍ରଣୀ ଥିଲା ସେହି ଯାଜପୁର ସିଟରେ ବି ହାତରୁ ଖସିଛି । ଯାଜପୁର ସିଟରେ ଶର୍ମିଷ୍ଠା ସେଠୀ ଆଗରେ ଥିଲେ। ହେଲେ ତାଙ୍କ ପରାଜୟ ସହ ବିଜେଡି ଓଡିଶାରେ ଲୋକସଭାରୁ ଖାତା ଖୋଲିବାରେ ବିଫଳ ହୋଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.