ସାପ କାମୁଡ଼ାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ଥାନା ବେହେରା ଗ୍ରାମର କଲେଜ ଛାତ୍ରୀ ଝାନ୍ସୀ ନାଏକ (୧୭) ସାପ କାମୁଡ଼ାରେ ପ୍ରାଣ ହରାଇଥିବା ଜଣାପଡିଛି। ସେ ଗୁରୁବାର ରାତିରେ ଘରେ ଶୋଇଥିବା ସମୟରେ ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା। ପରିବାର ଲୋକେ ତାଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲକୁ ନେଇ ଚିକିତ୍ସା ପରେ ଧର୍ମଗଡ ମେଡ଼ିକାଲ ଓ ପରେ ଗୁରୁତର ଅବସ୍ଥାରେ ଭବାନୀପାଟଣା ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଅବସ୍ଥା ଅଧିକ ଜଟିଳ ହେବାରୁ ତାଙ୍କୁ ବୁର୍ଲା ନେବା ପାଇଁ ଡାକ୍ତର ସ୍ଥାନାନ୍ତର କରିଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତରଖାନାରେ ଛାତ୍ରୀଙ୍କ ମୃତ୍ୟୁ ହୋଇ ଯାଇଥିଲା। ଖବର ପାଇ କୋକସରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଥାନା ପକ୍ଷରୁ ସୂଚନା ମିଳିଛି। ପ୍ରକାଶ ଯେ’ ମୃତ ଛାତ୍ରୀ ଚଳିତ ବର୍ଷ ବେହେରା କଲେଜରେ ଯୁକ୍ତ ଦୁଇ ପରୀକ୍ଷା ଦେଇ ଉତିର୍ଣ୍ଣ ହୋଇଛନ୍ତି। ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବାପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.