ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନରେନ୍ଦ୍ର ମୋଦୀ 

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହା ସହିତ ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାରେ ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ୍ ଜବାହାରଲାଲ ନେହେରୁଙ୍କୁ ରେକର୍ଡ ସହ ସମକକ୍ଷ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ମଧ୍ୟ ସପଥପାଠ କରିଛନ୍ତି। ମୋଦୀ ଶୁକ୍ରବାର ଦିନ ଏନଡିଏ ସଂସଦୀୟ ଦଳର ନେତା ଭାବରେ ନିର୍ବାଚିତ ହୋଇଥିଲେ। ଏହା ପରେ ସେ ରାଷ୍ଟ୍ରପତିଙ୍କ ସମ୍ମୁଖରେ ସରକାର ଗଠନ କରିବାକୁ ଦାବି କରିଥିଲେ। ରବିବାର ସରକାର ଗଠନ କରିବାକୁ ରାଷ୍ଟ୍ରପତି ତାଙ୍କୁ ନିମନ୍ତ୍ରଣ କରିଥିଲେ । ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ଦେଶ ବିଦେଶର ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି। ପ୍ରତ୍ୟେକ କୋଣ ଅନୁକୋଣରେ ପୋଲିସର ନଜର ରହିଛି। ରାଷ୍ଟ୍ରପତି ଭବନ ସୁରକ୍ଷାକୁ ମଧ୍ୟ ବୃଦ୍ଧି କରାଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.