ଶ୍ରୀମନ୍ଦିରର ସମସ୍ତ ଦ୍ବାର ଖୋଳିଯିବା ପାଇଁ ପ୍ରକ୍ରିୟା ଆରମ୍ଭ 

ଓଡ଼ିଆ ବାର୍ତ୍ତା/ ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ପ୍ରକ୍ରିୟା । ଜିଲ୍ଲାପାଳଙ୍କ ବୈଠକରେ ନିଷ୍ପତି ପରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ଚାରି ଦ୍ୱାର ଖୋଲିବା ନେଇ ଅନୁଧ୍ୟାନ କଲା ଟିମ୍ । ଆସନ୍ତା ଦୁଇ ଦିନ ମଧ୍ୟରେ ସମସ୍ତ ଦ୍ୱାରରେ ପ୍ରବେଶ ନେଇ କରାଯିବ ବ୍ୟବସ୍ଥା । ଓଡ଼ିଶାରେ ବିଜେପି ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ହେଭିୱେଟ ନେତାମାନେ ର୍ନିବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ । ଆଉ ରାଜ୍ୟରେ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିବାକୁ ଯାଉଛି । ଏଭଳି ସ୍ଥିତିରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ନେଇ ସ୍ଥିତି ସମୀକ୍ଷା କରାଯାଇଛି । ଅତିରିକ୍ତ ଜିଲାପାଳ, ଶ୍ରୀମନ୍ଦିର ପ୍ରଶାସନ ଏହାର ସ୍ଥିତି ସମୀକ୍ଷା କରିଥିବା ଜଣାପଡିଛି । ୪ ଦ୍ୱାର ଖୋଲିବାକୁ ହେଲେ ବ୍ୟାରିକେଡ କରାଯିବ କି ନାହିଁ ଏହାର ମଧ୍ୟ ସମୀକ୍ଷା କରାଯାଇଛି । ଅନ୍ୟପକ୍ଷେ ସିଂହଦ୍ୱାର ସାମ୍ନାରେ ଲାଗିଥିବା ଏସି ଟନେଲକୁ ଏହାରି ମଧ୍ୟରେ ଖୋଲା ଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.