ପଶ୍ଚିମରେ ପ୍ରଚଣ୍ଡ ଗରମ, ଉପକୂଳରେ ଅସହ୍ୟ ଗୁଳୁଗୁଳି; ୫ ଦିନ ଲାଗି ରହିବ ସ୍ଥିତି 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ଦିନ ପ୍ରଚଣ୍ଡ ତାତି । ୨ରୁ ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା । ଗ୍ରୀଷ୍ମ ତାତିକୁ ନଜରରେ ରଖି ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଅନ୍ୟପଟେ ରାଜ୍ୟରେ ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାପାଳଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରିଛନ୍ତି ଏସଆରସି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲା ପାଇଁ ଜାରି ହୋଇଛି ନିର୍ଦ୍ଦେଶନାମା । ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ ଘରୁ ନବାହାରିକୁ ପରାମର୍ଶ ଦିଆଯାଇଛି । ଏହାସହ ଏହି ସମୟ ମଧ୍ୟରେ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ହାଲୁକା, ଧଳା ଓ ସୂତା ବସ୍ତ୍ର ପରିଧାନ କରିବାକୁ କୁହାଯାଇଛି । ବାହାରକୁ ବାହାରିବା ସମୟରେ ମୁଣ୍ଡକୁ ଘୋଡ଼ାଇ ରଖିବା, ଓଦା କପଡ଼ା, ଛତା ଓ ଟୋପି ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ପ୍ରଚୁର ପାଣି, ଓଆରଏସ, ଲସି, ତୋରାଣି, ଆଖୁରସ, ଲେମ୍ବୁ ପାଣି ପିଇବାକୁ ପରାମର୍ଶ ଦିଆଯାଇଛି । ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁଥିଲେ ହେଁ ଆଗକୁ ଅଗ୍ରସର ହେବାର ଅନୁକୂଳ ସ୍ଥିତି ନାହିଁ ବୋଲି କହିଛି ବିଭାଗ । ଦକ୍ଷିଣ ଓଡିଶା ଅର୍ଥାତ ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ବାୟୁ ଛୁଇଁଥିବା ବେଳେ ଅନୁକୂଳ ସ୍ଥିତି ନଥିବାରୁ ତାହା ବର୍ତ୍ତମାନ ସ୍ଥିର ହୋଇରହିଛି ଅନ୍ୟ ଜିଲ୍ଲାକୁ ଅଗ୍ରସର ହୋଇପାରୁନାହିଁ । ବିଶେଷ କରି ବର୍ତ୍ତମାନର ଓଡ଼ିଶାର ବାୟୁ ମଣ୍ଡଳରେ ହେଉଥିବା ବାୟୁ ଚଳାଚଳକୁ ନେଇ ମୌସୁମୀ ନିଷ୍କ୍ରିୟତା ସ୍ଥିତିରେ ଥିବା ପଶ୍ଚିମରେ ପ୍ରଚଣ୍ଡ ଗରମ ସହ ଉପକୂଳରେ ଅସହ୍ୟ ଗୁଳୁଗୁଳି ହେଉଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ତେଣୁ ଅସହ୍ୟ ଗୁଳୁଗୁଳି ଓ ଖରାଠୁ ନିଜକୁ ଦୁରେଇ ରହିବା ସହ ଆବଶ୍ୟକ ନ ଥିଲେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.