ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

କନକବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ରାଜ୍ୟରେ କିଏ ହେବ ମୁଖ୍ୟମନ୍ତ୍ରୀ ଏନେଇ ଲାଗି ରହିଥିଲା ସସପେନ୍ସ । ମୁଖ୍ୟମନ୍ତ୍ରୀ ରେସ୍‌ରେ ଥିଲେ ଅନେକ ନେତା । ଶେଷରେ ମୋହନ ମାଝୀ ହୋଇଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ମଙ୍ଗଳବାର ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ନାଁରେ ମୋହର ବାଜିଛି । ଏହାସହ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଛି । ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.