ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ହାତକୁ ଆସିଛି ଓଡ଼ିଶାର ଶାସନ ଭାର। ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କଲେ ମୋହନ ମାଝୀ। ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଶପଥଗ୍ରହଣ କରିଛନ୍ତି। ସେହିଭଳି ଭାବେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଭୁଷଣ ଜେନା, କୃଷ୍ଣ ଚନ୍ଦ୍ର ଖୁଣ୍ଟିଆ। ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ, ସଂପଦ ସ୍ବାଇଁ ଶପଥ ନେଇଛନ୍ତି। ବୁଧବାର ଜନତା ମୈଦାନରେ ଏନେଇ ଆୟୋଜିତ ଭବ୍ୟ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ଜଗତ ପ୍ରକାଶ ନଡ୍ଡା, ନିତିନ ଗଡ଼କରୀ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ବିନୀ ବୈଷ୍ଣବ, ଓଡ଼ିଶାରୁ ନବନିର୍ବାଚିତ ସାଂସଦ ଏବଂ ବିଧାୟକ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାୟ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।