ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ନୂଆ ସରକାରରେ ବାଚସ୍ପତି କିଏ ହେବେ ସେନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା। ଏଥିରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଛି। ରଣପୁର ବିଧାୟିକା ସୁରମା ପାଢ଼ୀ ବାଚସ୍ପତି ହେବେ ବୋଲି ସ୍ପଷ୍ଟ ସୂଚନା ମିଳିଛି। ବୁଧବାର ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିଛନ୍ତି ମୋହନ ମାଝୀ। ସେହିପରି ମୋହନ ସରକାରରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଇ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି। ଅନ୍ୟ ମନ୍ତ୍ରୀମାନଙ୍କ ମଧ୍ୟରେ କ୍ୟାବିନେଟ୍ ପାହ୍ୟାରେ ସୁରେଶ ପୂଜାରୀ, ରବି ନାରାୟଣ ନାୟକ,ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ, ବିଭୂତି ଭୂଷଣ ଜେନା, ଡ. କୃଷ୍ଣଚନ୍ଦ୍ର ମହାପାତ୍ର ରହିଥିବା ବେଳେ ରାଷ୍ଟ୍ରମନ୍ତ୍ରୀ ସ୍ବାଧୀନ ପାହ୍ୟାରେ ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସମାନ୍ତ. ଗୋକୁଳାନନ୍ଦମଲ୍ଲିକ, ସମ୍ପଦ ସ୍ବାଇଁ ରହିଛନ୍ତି।