୧୦୦ ଦିନ ଭିତରେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ରାଜ୍ୟରେ ଗଠିତ ହୋଇଛି ବିଜେପି ସରକାର । ବୁଧବାର ମୋହନ ମାଝୀ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିଛନ୍ତି । ତାଙ୍କ ସହ ଦୁଇଜଣ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ସପଥପାଠ କରିଛନ୍ତି। ଶପଥଗ୍ରହଣ ସମାରୋହ ପରେ ବସିଥିଲା ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଏହି ବୈଠକରେ ମୁଖ୍ୟତଃ ୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ନିର୍ବାଚନ ବେଳେ ବିଜେପି ତରଫରୁ ରାଜ୍ୟର ମହିଳାମାନଙ୍କୁ ଯେଉଁ ସୁଭଦ୍ରା ଯୋଜନାର ପ୍ରତିଶ୍ରୁତି ଦିଆଯାଇଥିଲା ତାହା ଆଗାମୀ ୧୦୦ ଦିନ ଭିତରେ କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକ ପରେ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି କି, ଏନେଇ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଆଗାମୀ ୧୦୦ ଦିନ ଭିତରେ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ୫୦ ହଜାର ଟଙ୍କାର ଗିଫ୍ଟ ଭାଉଚର ପ୍ରଦାନ କରାଯିବ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.