୧୬ରେ ଜରୁରୀ ବୈଠକ ଡାକିଲେ କେନ୍ଦ୍ର ଗୃହମନ୍ତ୍ରୀ; ଜମ୍ମୁ କାଶ୍ମୀର ସୁରକ୍ଷା ଚିନ୍ତା

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ଉପତ୍ୟକାରେ ଦିନକୁ ଦିନ ଆତଙ୍କବାଦୀ ହମଲା ବଢ଼ିବାରେ ଲାଗିଛି। ନିକଟରେ ତୀର୍ଥ ଯାତ୍ରୀଙ୍କୁ ନେଇ ଯାଉଥିବା ଗୋଟିଏ ବସ ଉପରେ ଆତଙ୍କବାଦୀ ଆକ୍ରମଣ କରିଥିଲେ। ପୂରା ଦେଶରେ ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବରିଷ୍ଠ ଅଧିକାରୀମାନଙ୍କ ସହ ଜମ୍ମୁ-କଶ୍ମୀରର ସୁରକ୍ଷା ସ୍ଥିତି ସମୀକ୍ଷା କରିଛନ୍ତି। ସେହିପରି ଆସନ୍ତା ୧୬ ତାରିଖରେ ସେ ଉଚ୍ଚ ସ୍ତରୀୟ ବୈଠକ ଡାକିଛନ୍ତି। ଏଥିରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଜମ୍ମୁ-କଶ୍ମୀରର ଉପ ରାଜ୍ୟପାଳ ମନୋଜ ସିହ୍ନା, ଆର୍ମି ଓ ସିଆରପିଏଫର ବରିଷ୍ଠ ଅଧିକାରୀମାନେ ଯୋଗ ଦେବେ। ଘାଟିରେ ବଢ଼ୁଥିବା ଆତଙ୍କୀ ହମଲାକୁ କେମିତି ହ୍ରାସ କରାଯିବ, ତାହା ହିଁ ବୈଠକର ମୂଳ ଏଜେଣ୍ଡା ରହିଛି।

Omkar Vasthu
Omkar Vasthu

 

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.