୧୭ରୁ ରାଜ୍ୟରେ ବଢ଼ିପାରେ ବର୍ଷା 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଭିତରେ କିଛି ଜିଲ୍ଲାରେ ବର୍ଷା ହେବାର ଆକଳନ କରିଛି ପାଣିପାଗ କେନ୍ଦ୍ର । ୧୬ ତାରିଖରେ ୧୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ । ସେହିପରି ୧୮ ତାରିଖରେ ଦକ୍ଷିଣ, ଉପକୂଳ ଓ ଉତର ଓଡ଼ିଶାର ୧୬ ଜିଲ୍ଲାକୁ ଝଡ଼ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଗ୍ରୀଷ୍ମ ପ୍ରବାହକୁ ନେଇ ରାଜ୍ୟର ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ତାରିଖ ପାଇଁ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ାରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁ ସାରିଛି । ହେଲେ ପାଗ ଅନୁକୂଳ ନଥିବାରୁ ଏହା ଆଗକୁ ବଢିପାରୁ ନାହିଁ । ଏବେ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମୌସୁମୀ ବାୟୁ ସକ୍ରିୟ ରହିଛି । ତେବେ ଆଗାମୀ ୪ରୁ ୫ ଦିନ ଓଡିଶାର ଅନ୍ୟ ଜିଲ୍ଲାକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଫଳରେ ଆସନ୍ତା ୧୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରାଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.