ଓଡ଼ିଶା ବିଧାନସଭାରେ ନବନିର୍ବାଚିତ ବିଧାୟକଙ୍କ ଶପଥ ପାଠ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ବିଧାନସଭାରେ ନବନିର୍ବାଚିତ ବିଧାୟକଙ୍କ ଶପଥ ପାଠ ଚାଲିଛି । ଶପଥ ନେଉଛନ୍ତି ୨୦୨୪ ସାଧାରଣ ନିର୍ବାଚନରେ ବିଜୟୀ ହୋଇଥିବା ରାଜ୍ୟର ନବନିର୍ବାଚିତ ବିଧାୟକ । ବିଧାୟକମାନଙ୍କୁ ଶପଥ ପାଠ କରାଉଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ନେବା ପରେ ନବ ନିର୍ବାଚିତ ବିଧାୟକ ପର୍ଯ୍ୟାୟକ୍ରମେ ଶପଥ ଗ୍ରହଣ କରୁଛନ୍ତି । ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ । ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ । ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.