ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା କିଏ ହେବେ ସେନେଇ ଗତ କିଛି ଦିନ ଧରି ଚର୍ଚ୍ଚା ଆଲୋଚନା ଯୋର ଧରିଥିଲା। ବର୍ତ୍ତମାନ ଏହି ପ୍ରସଙ୍ଗରେ ବିରାମ ଲାଗିଛି। ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ସର୍ବସମ୍ମତକ୍ରମେ ବିଜୁ ଜନତା ଦଳର ବିଧାୟକମାନେ ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ କରିଛନ୍ତି। ଏଥିସହ ବିରୋଧୀ ଦଳ ଉପନେତା ଭାବେ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ମୁଖ୍ୟ ସଚେତକ ଭାବେ ପ୍ରମିଳା ମଲ୍ଲିକ ଏବଂ ଉପମୁଖ୍ୟ ସଚେତକ ଭାବେ ପ୍ରତାପ କେଶରୀ ଦେବଙ୍କୁ ସର୍ବସମ୍ମତକ୍ରମେ ନିର୍ବାଚିତ କରାଯାଇଥିବା ସୂଚନା ରହିଛି।