ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ସୁରମା ପାଢ଼ୀ 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ସୁରମା ପାଢ଼ୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି ସୁରମା । ଦାୟିତ୍ବ ଗ୍ରହଣ ପରେ ଗୃହ ପରିଚାଳନା କଲେ ବାଚସ୍ପତି । ଗୃହରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ବିରୋଧୀଦଳ ନେତା, କଂଗ୍ରେସ ବିଧାୟକ ଦଳ ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରଣପୁରରୁ ବିଧାୟିକା ଥିବା ସୁରମା ପାଢୀ ଏହାପୂର୍ବରୁ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ବିଧାନସଭା କେମିତି ପରିଚାଳନା ହୁଏ ସେନେଇ ସୁରମାଙ୍କର ଯଥେଷ୍ଟ ଅନୁଭବ ରହିଛି । ତେବେ ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ସୁରମା ପାଢ଼ୀ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ମୁଁ କେବେ କଳ୍ପନା କରି ନ ଥିଲି ଏହି ପଦରେ ବସିବି । ଗୃହର ପଦ ମର୍ଯ୍ୟାଦା, ଗାରିମା ରକ୍ଷା କରିବା ସମସ୍ତଙ୍କର କର୍ତ୍ତବ୍ୟ । ମୁଁ ନିଶ୍ଚିତ ଭାବେ ନିରପେକ୍ଷତା ଅବଲମ୍ବନ କରିବି । ଗୃହ ପରିଚାଳନା ପାଇଁ ଆପଣଙ୍କ ସହଯୋଗ କାମନା କରୁଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.