ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ସୁସ୍ଥ ଜୀବନ ପାଇଁ ଦରକାର ଯୋଗ । କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିନକୁ ଅର୍ଥାତ୍ ଜୁନ୍ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥାଏ । ସୁସ୍ଥ ଓ ଆରୋଗ୍ୟ ରହିବା ପାଇଁ ନିୟମିତ ଯୋଗ ଜରୁରୀ । ଆଜି କେବଳ ଦେଶ ନୁହେଁ, ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଏହି ଦିନର ଶୁଭାରମ୍ଭ ହୋଇଥିଲା, ଯାହା ଏବେ ୧୦ ବର୍ଷରେ ପହଂଚିଛି । ଏହି ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରୀନଗରର ଶେର-ଏ-କଶ୍ମୀର ଇଂଟରନ୍ୟାସନାଲ କନଭେନସନ୍ ସେଣ୍ଟରରେ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ।ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଯୋଗଦେଇଛନ୍ତି।