ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ -ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସକାଳ ୭ଟା ସମୟରେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି – ‘ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ।’ ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏଭଳି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ଲାଗି କ୍ରୀଡ଼ା ଏବଂ ଯୁବ ବ୍ୟାପାର ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶର ସୂରଜଙ୍କୁ ଧନ୍ୟବାଦ ଜଣାଇଥିଲେ। ଆଜି ପୁରୀ ଜିଲ୍ଲା କୋଣାର୍କରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଅନତମ ଉପ ମୁଖ୍ୟମନ୍ତ୍ରୀ ‌କନକବର୍ଦ୍ଧନ ସିଂହଦେଓ ନୂଆପଲ୍ଲୀଠାରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବାର ସୂଚନା ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର କୋଣାର୍କରେ ହେବାକୁ ଥିବା ଉତ୍ସବରେ ସାମିଲ ହୋଇଛନ୍ତି। ଏହାସହ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ସାଂସଦ ଏବଂ ବିଧାୟକମାନେ ମଧ୍ୟ ବିଭିନ୍ନ ସ୍ଥାନରେ ଆୟୋଜିତ ଯୋଗ ସମାରୋହରେ ଯୋଗ ଦେଇଛନ୍ତି।

Omkar Vasthu
Omkar Vasthu

 

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.