ସିଉନୀ ସ୍କୁଲଠାରେ ମାସିକ ସହଭାଗିତା ବୈଠକ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନ ସିଉନୀ ପ୍ରାଥମିକ ବିଦ୍ୟାଳୟଠାରେ ଶୁକ୍ରବାର ବିଭିନ୍ନ ସ୍କୁଲର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ମାନଙ୍କୁ ନେଇ ଚଳିତ ଶିକ୍ଷାବର୍ଷର ମାସିକ ସହଭାଗିତା ବୈଠକ ଅନୁଷ୍ଠିତ ହୋଇଛି। ଆମପାଣି ସିଆରସିସି କେଦାର ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ କଳାହାଣ୍ଡି ଡିଆଇଇଟି ଅଧ୍ୟକ୍ଷ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। କୋକସରା ଗୋଷ୍ଠୀ ଶିକ୍ଷାଧିକାରିଣୀ ରସ୍ମିତା ନେତାମ୍ ମୁଖ୍ୟବକ୍ତା, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ତୋଫାନ ମାଝୀ, ଆଲୋରାଣୀ ହଲଦାର୍ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଆର.ପି ଭାବେ କନ୍ଦାଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପୁରୋହିତ ଏବଂ ଗିରିଶ ଚନ୍ଦ୍ର ସରାବୁ ଦାୟିତ୍ବ ତୁଲାଇଥିଲେ। କାର୍ଯ୍ୟକ୍ରମକୁ ଈଶ୍ବରୀ ପ୍ରସାଦ ଅଗସ୍ତି ସଂଯୋଜନା କରିଥିଲେ। ଆମପାଣି କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ ଯୋଗଦେଇ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.