ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲାହେବ; ଆଇନ ମନ୍ତ୍ରୀଙ୍କ ବଡ଼ ସୂଚନା 

ଓଡ଼ିଆ ବାର୍ତ୍ତା/ ପୁରୀ: ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ଆଇନମନ୍ତ୍ରୀ କହିଛନ୍ତି କି, ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲାହେବ । ପୂର୍ବଥର ରତ୍ନଭଣ୍ଡାର ଗଣତି ୭୦ ଦିନ ଲାଗିଥିଲା । ଏଥର ମଧ୍ୟ ଲମ୍ବା ସମୟ ଲାଗିବ ବୋଲି କହିଛନ୍ତି ଆଇନମନ୍ତ୍ରୀ । ଏନେଇ ପ୍ରାରମ୍ଭିକ ଆଲୋଚନା ସରିଛି, କେବେ ଖୋଲିବ ସେ ନେଇ ତାରିଖ ଜଣେଇ ଦିଆଯିବ ବୋଲି ଆଇନମନ୍ତ୍ରୀ କହିଛନ୍ତି । ଏହାସହ ରତ୍ନଭଣ୍ଡାର ସଂପର୍କରେ ସରକାର ଖୁବଶୀଘ୍ର ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.