ଆସନ୍ତା ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଫଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି । ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । ୨୬ ତାରିଖରେ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ୨୭ ତାରିଖରେ କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ବର୍ଷା ହେବାକୁ ଥିବାବେଳେ ୨୬ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ସତର୍କ ସୂଚନା ଦିଆଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.