ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ  ମାଝୀ 

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ  । ତାଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିବେ । ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ । ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.