ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀଙ୍କୁ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଜନସାଧାରଣଙ୍କ ଦ୍ୱାରା ଦ୍ୱିତୀୟ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହେବା ପରେ ଆଜି ନିଜ ଅଞ୍ଚଳ ଗସ୍ତ କରିଥିବାବେଳେ ଜନସାଧାରଣ ତଥା ଦଳୀୟ କର୍ମକର୍ତ୍ତାଙ୍କ ଦ୍ୱାରା ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଆଜି ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ଦଳୀୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏହି ଭବ୍ୟ ସମ୍ବର୍ଦ୍ଧନା ସଭାରେ ବିଧାୟକ ଶ୍ରୀ ଦିଶାରୀଙ୍କ ଅନ୍ୟାନ୍ୟ ବରିଷ୍ଠ ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ। ସଭା ପୂର୍ବରୁ ବିଧାୟକଙ୍କୁ ଏକ ବିଶାଳ ଶୋଭାଯାତ୍ରାରେ ବିଶ୍ୱନାଥପୁର ସହର ପରିକ୍ରମା କରାଯାଇଥିଲା। ବିଧାୟକ ଶ୍ରୀ ଦିଶାରୀ ବିଶ୍ୱନାଥପୁର ବସ୍ତିରେ ଶହଶହ ମହିଳା, ପୁରୁଷଙ୍କ ସମେତ ଦଳୀୟ କର୍ମକର୍ତ୍ତା ପାଛୋଟି ନେବା ସହିତ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଲୋକଙ୍କ ଗହଣରେ ବିଧାୟକ ବିଶ୍ୱନାଥପୁର ବସ୍ତିରେ ଥିବା ଆରାଧ୍ୟ ଭୈରବ ଦେବଙ୍କ ଆଶୀର୍ବାଦ କାମନା କରିବା ପରେ ହୀରାନୀଳା ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ଏହାପରେ ବ୍ଲକ ବିଜେଡି ସଭାପତି ହିମାଦ୍ରୀ ପେସନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ବିଧାୟକ ଶ୍ରୀ ଦିଶାରୀଙ୍କ ସହିତ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଜିଲ୍ଲା ପରିଷଦ ସଦସ୍ୟ ଅଞ୍ଜଳୀ ମାଝୀ, ପରୀକ୍ଷିତ ନାଏକ, ବରିଷ୍ଠ ବିଜେଡି ନେତା ହରିଶ୍ଚନ୍ଦ୍ର ବୁଦ୍ଧିଆ, ମନୋହର ହରପାଲ, ଶ୍ରୀଧର ପେସନିଆ, ଚନ୍ଦ୍ରଧ୍ୱଜ ପେସନିଆ, ଯୁବନେତା ଚାଞ୍ଚେର ମାଝୀ, ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେଇ, ବିଜେଡି ଜୋନ ସଭାପତି ଚନ୍ଦ୍ରଶେଖର ମହାପାତ୍ର, ଯୁବ ବିଜେଡ଼ି ସଭାପତି ଡିଲେଶ କୁମାର ନାଗ, ଲୋକନାଥ ମାଝୀ, ମହିଳା ବିଜେଡି ସଭାନେତ୍ରୀ ସୁଜାତା ଘଡେଇ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷା ତୁଳସୀ ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ। ବିଜେଡି ଜିଲ୍ଲା ସମ୍ପାଦକ ଜଗଦୀଶ ବେନିଆଁ ସଭା ପରିଚାଳନା କରିଥିବାବେଳେ ବ୍ଲକର ୨୬ଗୋଟି ଗ୍ରାମପଞ୍ଚାୟତ ଅଞ୍ଚଳର ଏକା ହଜାରରୁ ଉର୍ଦ୍ଧ୍ୱ ଦଳୀୟ ନେତା ଓ କର୍ମୀ ଉପସ୍ଥିତ ରହି ବିଧାୟକଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ। ଏହି ଅବସରରେ ଦ୍ୱିତୀୟ ଥର ପାଇଁ ନିର୍ବାଚିତ କରିଥିବାରୁ ବିଧାୟକ ଜନସାଧାରଣଙ୍କୁ କୃତଜ୍ଞତା ଜଣାଇବା ସହିତ ଆଗାମୀ ଦିନରେ ଲୋକଙ୍କ ପାଇଁ ଆହୁରି ସମର୍ପିତ ଭାବେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.