ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଯାହା ଫଳରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଂଟାରେ କିଛି ଜିଲ୍ଲାରେ ପବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଆସନ୍ତା ୩୦ ତାରିଖ ଯାଏଁ ବର୍ଷା ଲାଗିରହିବ । ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ କମ ବର୍ଷା ହୋଇଛି । ଗତ ୨୪ ଘଂଟାରେ ୭ ସହରରେ ପ୍ରବଳ ବର୍ଷା ହୋଇଛି । କୋରାପୁଟ ଜୟପୁରରେ ୧୧୬ ମିଳିମିଲିଟର ବର୍ଷା ହୋଇଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.