ବରିଷ୍ଠ ଶିକ୍ଷକ ଦୟାନିଧି ପଧାନଙ୍କୁ ସରିଆଁ କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ସରିଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଦୟାନିଧି ପଧାନଙ୍କୁ ସରିଆଁ କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତରଫରୁ ଅବସର କାଳୀନ ବିଦାୟ ସମ୍ୱର୍ଦ୍ଧନା ଦିଆଯାଇଛି। ସରିଆଁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଟଙ୍କଧର ସାହା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ନର୍ଲା ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ମାଝୀ, ନର୍ଲା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ମୀନକେତନ ସାହୁ, ସାଧାରଣ ସଂପାଦକ ଅମିତ କୁମାର ଶର୍ମା, ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସରିଆଁର ପ୍ରଧାନଶିକ୍ଷକ ସାଧୁରାମ ଭୋଇ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ଧଙ୍ଗଡ଼ାମାଝୀ, ବିଦାୟୀ ଶିକ୍ଷକ ଦୟାନିଧି ପଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଶ୍ରୀ ପଧାନଙ୍କୁ କ୍ଲଷ୍ଟର ତଥା ଶିକ୍ଷକ ସଂଘ ତରଫରୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଶିକ୍ଷକ ବାସୁଦେବ ବାଗ ସଭା ପରିଚାଳନା କରିଥିବା ବେଳେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.