ପ୍ରଧାନ ଶିକ୍ଷକ ଟୁକୁଲାଲ ପଧାନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଛତାମହୁଲ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଟୁକୁଲାଲ ପଧାନଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପଙ୍କଜ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଉକ୍ତ ବିଦାୟୀ କାଳୀନ ସମ୍ବର୍ଦ୍ଧନା ସଭାରେ ଅତିଥି ଭାବେ ବଲବସପୁର ସିଆସିସି ଜଗଦୀଶ ପ୍ରସାଦ ସାହୁ, ଉନ୍ନିତ ଉଚ୍ଚ ବିଦ୍ୟାଳୟ ରାକ୍ସିର ସହକାରୀ ଶିକ୍ଷକ ଅଶୋକ କୁମାର ଧଙ୍ଗଡାମାଝୀ, ଜଙ୍ଗଲ କମିଟି ସଭାପତି ଝସକେତନ ମାଝୀ, ଓ୍ବାର୍ଡ ସଭ୍ୟ ଜଗଦୀଶ ମାଝୀ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ରାଜେଶ କରୁଆଁ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଅତିଥିମାନେ ଶ୍ରୀ ସାହୁଙ୍କ ବିଦ୍ୟାଳୟରେ ରହିଥିବା ଅବଦାନ ସବୁବେଳେ ସ୍ମରଣୀୟ ହୋଇ ରହିବ, ତାଙ୍କ ଠାରୁ ଶିକ୍ଷା ଗ୍ରହଣ କରିଥିବା ଅନେକ ଛାତ୍ରଛାତ୍ରୀ ଆଜି ସମାଜରେ ପ୍ରତିଷ୍ଠିତ  ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ ଟୁକୁଲାଲ ପ୍ରଧାନଙ୍କୁ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ତାଙ୍କର ଅବସର ଜୀବନ ସୁସ୍ଥ ଓ ନିରାମୟ ଜୀବନ ହେଉ ବୋଲି ସମସ୍ତେ କାମନା କରିଥିଲେ। ଛତାମହୁଲ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ/ସଦସ୍ୟାମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.