ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ ୫ ମାସ କାରା ଦଣ୍ଡାଦେଶ 

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ଏବଂ ଭି.କେ ସାକ୍ସେନାଙ୍କୁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମେଧା ପାଟକର କୋର୍ଟରେ ଜାମିନ ଆବେଦନ କରିଥିଲେ। କୋର୍ଟ ପାଟକରଙ୍କ ଦଣ୍ଡକୁ ୩୦ ଦିନ ସ୍ଥଗିତ ରଖିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.