ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରଥଯାତ୍ରା ୨ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବାରୁ ଛୁଟି ଘୋଷଣା । ପୁରୀରେ ସମୀକ୍ଷା ବୈଠକରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।