ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଅବସରରେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଳ): ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ, ଜିଲ୍ଲା ଶିକ୍ଷା ବିଭାଗ, ଜିଲ୍ଲା ସଂସ୍କୃତି ପରିଷଦ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଭବାନୀପାଟଣା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ବରିଷ୍ଠ ଓ କନିଷ୍ଠ ବିଭାଗରେ ଓଡ଼ିଆ ପ୍ରବନ୍ଧ, ଓଡ଼ିଆ ବକ୍ତୃତା, ଓଡ଼ିଆ କବିତା ଆବୃତ୍ତି ଏବଂ ସାଧାରଣ ଜ୍ଞାନ ଓ ଇଂରାଜୀରୁ ଓଡ଼ିଆ ଅନୁବାଦ ପ୍ରତିଯୋଗିତାରେ ଜିଲ୍ଲାର ୧୩ଗୋଟି ବ୍ଲକରୁ ପ୍ରଥମ ହୋଇ ଆସିଥିବା ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। ବିଭିନ୍ନ ପ୍ରତିଯୋଗିତାର ବିଚାରକ ଭାବେ ଗାଳ୍ପିକ ସୁକାନ୍ତ ସାହୁ, ପ୍ରକାଶ ନିଶଙ୍କ, ସୁଧୀର ଧଙ୍ଗଡ଼ାମାଝୀ, ଡିଲେଶ୍ୱର ରଣା, କବି ଲଳିତ କାନୁନଗୋ, ବିରଞ୍ଚି ନାରାୟଣ ମୁଣ୍ଡ, ବିଭୂତି ଭୂଷଣ ଠାକୁର, ମକୁନ୍ଦ ନାଏକ, ବନଶ୍ରୀ ଦାଶ, ସ୍ଵପ୍ନା ପ୍ରଧାନ, ସ୍ଵପ୍ନା ସେଠୀ, ଦୀପ୍ତିମୟୀ ସୁନାନୀ ପ୍ରମୁଖ ଯୋଗଦେଇଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ମନୋଜ କୁମାର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ପୁରସ୍କାର ବିତରଣୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ୍, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ, ଜନତା ଉଚ୍ଚ ବିଦ୍ୟାଳୟ ବୋର୍ଡାର ପ୍ରଧାନଶିକ୍ଷକ ପ୍ରକାଶ ନିଶଙ୍କ, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ଶେଖର ପାଢ଼ୀ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବବିତା ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ। କବି ବିରଞ୍ଚି ନାରାୟଣ ମୁଣ୍ଡ ସଭା ପରିଚାଳନା କରିଥିବା ବେଳେ ଶିକ୍ଷକ ସୋମନାଥ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟର ତ୍ରିନାଥ ପାଢ଼ୀ, ଗୁଣସାଗର ସାହୁ, ଅଜିତ ଚନ୍ଦନ, ଶଙ୍କର ଦିଶାରୀ, ଶିକ୍ଷକ ଅଜୟ କୁମାର ସାହୁ ପ୍ରମୁଖ ସାହାଯ୍ୟ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି ଜିଲ୍ଲା ସଂସ୍କୃତି ଅଧିକାରୀ ସୂଚନା ଦେଇଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.