ଗାଇଦର ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଟିକେରାମ ମହଲାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): କେସିଙ୍ଗା ବ୍ଲକ ଅନ୍ତର୍ଗତ ଗାଇଦର ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଟିକେରାମ୍ ମହଲାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଏହି କାର୍ଯ୍ୟକ୍ରମକୁ ଲଇତରା ସିଆରସିସି ତପନ କୁମାର ଦାଶ ପରିଚାଳନା କରିଥିବା ବେଳେ ଜଗନ୍ନାଥ ତ୍ରିପାଠୀ ସଂଯୋଜନା କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସାବିତ୍ରୀ ଦେଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଅଂଶଗ୍ରହଣ କରିଥିଲେ। କେସିଙ୍ଗା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ସୁରେନ୍ଦ୍ର ଦୋରା ଓ ସମ୍ପାଦକ ସୁରେନ୍ଦ୍ର ପ୍ରଧାନ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରୀ ମହଲାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ପ୍ରକାଶ ଥାଉକି, ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ମହଲା ଗାଇଦର ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ଗତ ମେ’ ୩୧ ତାରିଖରେ ପ୍ରଧାନ ଶିକ୍ଷକ ଭାବରେ ଅବସର ଗ୍ରହଣ କରିଥିଲେ। ସମସ୍ତ ଅତିଥି ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ଶ୍ରୀ ମହଲାଙ୍କୁ ଫୁଲତୋଡା, ମାନପତ୍ର ଓ ଭାଗବତ ଗୀତା ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.