ଓଏସ୍ଇଏଫଡ଼ି ପକ୍ଷରୁ ଖୋର୍ଦ୍ଧା ବିଧାୟକଙ୍କୁ ଦାବିପତ୍ର ପ୍ରଦାନ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ର ବିକାଶ ନିମନ୍ତେ ସର୍ବଦା ଚ଼େଷ୍ଟିତ ସଂଘ ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ (ଓଏସ୍ଇଏଫଡ଼ି) ସଂଘ ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ରାଜ୍ୟ କୋଷାଧ୍ୟକ୍ଷ ରୈପ୍ୟରଞ୍ଜନ ସାମନ୍ତରାୟ, ସମ୍ପାଦକ ଅଶ୍ବିନୀ ମୁଦୁଲି, ଉପସଭାପତି ସୁଶୀଲ କୁମାର ସାହୁ, ଯୁଗ୍ମ ସମ୍ପାଦିକା ରୋଜାଲିନ ପାଇକରାୟ, କାର୍ଯ୍ୟକର୍ତ୍ତା ଓମକାର ପ୍ରସାଦ ରଥ ଓ ପ୍ରିୟବ୍ରତ ରାଉତ ପ୍ରମୁଖ ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସାକ୍ଷାତ କରି ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଦାବିପତ୍ର ପ୍ରଦାନ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏହି ନିଯୁକ୍ତି ପାଇଁ ପି.ଡବ୍ଲୁ.ଡ଼ି ଆକ୍ଟ ୧୯୯୫, ଆର.ପି.ଡବ୍ଲୁ.ଡ଼ି ଆକ୍ଟ ୨୦୧୬ ଏବଂ ଆର.ଟି.ଇ ଆକ୍ଟ ୨୦୦୯ ରହିଛି ତତସହିତ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ‌ ୨୦୨୧ ମସିହା ଅକ୍ଟୋବର ୨୮ ତାରିଖ ଡବ୍ଲୁ.ପି (ସି) ୧୩୨ ଅଫ୍ ୨୦୧୬ ରହିଛି। ଓଡ଼ିଶାରେ ୬୪୦୦୦ରୁ ଅଧିକ ସାଧାରଣ ବିଦ୍ୟାଳୟ ଅଛି ଏବଂ‌ ପ୍ରାୟ ୧ ଲକ୍ଷ ୫୦ ହଜାର ବିଶେଷ ଅବଶ୍ୟକ ରଖୁଥିବା ପିଲା ଏହି ବିଦ୍ୟାଳୟ ମାନଙ୍କରେ ନାମ ଲେଖାଇଛନ୍ତି କିନ୍ତୁ ସେମାନଙ୍କୁ ପଢ଼ାଇବା ପାଇଁ ତାଲିମପ୍ରାପ୍ତ ସ୍ୱତନ୍ତ୍ର ଶିକ୍ଷକଙ୍କ ଆବଶ୍ୟକତା ରହିଛି ଯାହାର କି ସମ୍ପୂର୍ଣ ଅଭାବ ରହିଛି ଏବଂ ଆଜି ଯାଏଁ ସାଧାରଣ ବିଦ୍ୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ଦିଆଯାଇନାହିଁ।‌ଏହି ନିଯୁକ୍ତି ମିଳିଲେ ୭୦୦୦ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପକୃତ ହେବା ସହ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇପାରିବେ ବୋଲି ସଂଘ ପକ୍ଷରୁ କୁହାଯାଇଛି।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.