ସୋନପୁରରେ କୃଷ୍ଣ ଓ ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀ ଜୀଉ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୋନପୁର ଗୁଣ୍ଡିଚା ମନ୍ଦିର ଠାରେ ଚତୁ୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ କୃଷ୍ଣ ଓ ବଳରାମ ବେଶରେ ଦର୍ଶନ ଦେଇଛନ୍ତି। ସେପଟେ ଦିନସାରା ଝିପଝିପି ବର୍ଷା ସତ୍ତ୍ବେ ମହାପ୍ରଭୁଙ୍କ ଦିବ୍ୟ ଲୀଳାକୁ ଦେଖିବାକୁ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ଲମ୍ବା ଧାଡ଼ିରେ ରହିଥିବା ବେଳେ ଭକ୍ତ ମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ରଥଯାତ୍ରା କମିଟି ଓ ପୋଲିସ୍ ପକ୍ଷରୁ ସୁ ବନ୍ଦୋବସ୍ତ କରାଯାଇଛି। ଏହି ଅବସରରେ ବଡ଼ବଜାର ଗୁଣ୍ଡିଚା ମନ୍ଦିର ଠାରେ ସନ୍ଧ୍ୟା ସମୟରୁ ରାତି ପର୍ଯ୍ୟନ୍ତ ପ୍ରତ୍ୟହ ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଗତ କାଲି ‘ଭକ୍ତି ଆରାଧନା ଭଜନ ସନ୍ଧ୍ୟା’ ଓ ଆଜି ‘ସୁର ଧାରା ଭଜନ’ କାର୍ଯ୍ୟକ୍ରମକୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଭଜନ କାର୍ଯ୍ୟକ୍ରମର ମଜା ନେଇଥିଲେ। ସେହିପରି ଆସନ୍ତା କାଲି ଶନିବାର ଦିନ ‘ମା ଅମ୍ବିକା ସାଂସ୍କୃତିକ କଳା ପରିଷଦ’ ରବିବାର ଦିନ ‘ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା’ ଓ ସୋମବାର ବାହୁଡ଼ା ଯାତ୍ରା ଦିନ ‘ହରିଓଁ ମେଲୋଡି’ ଆଶିଷ କୁମ୍ଭାର ଓ ସାଥୀ ଙ୍କ ଦ୍ବାରା ସଙ୍ଗୀତ କାର୍ଯ୍ୟକ୍ରମ ପରିବେଷଣ ପାଇଁ ସ୍ଥିରୀକୃତ ହୋଇଛି। ସେହିପରି ବୃନ୍ଦାବନ ମନ୍ଦିରରେ ପ୍ରଭୁ ଜଗନ୍ନାଥ କାଳୀୟ ଦଳନ ଅବତାରରେ ଭକ୍ତମାନଙ୍କୁ ଦର୍ଶନ ଦେଉଥିବା ବେଳେ ବଡ଼ଠାକୁର ପ୍ରଭୁ ଦଧିବାମନ ମଝିପଡାଠାରେ କୃଷ୍ଣ ଓ ବଳରାମ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଓ ଥନାପତି ପଡାରେ ମଧ୍ୟ ଶ୍ରଦ୍ଧାଳୁ ପ୍ରଭୁ ଜଗନ୍ନାଥଙ୍କ ଦିବ୍ୟ ଲୀଳା ଦର୍ଶନ କରୁଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.