ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ ଭାନପୁର ଗ୍ରାମ ପଞ୍ଚାୟତରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭାରତୀୟ ରିଜର୍ଭ ବ୍ୟାଙ୍କର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱରର ମିଳିତ ସହଯୋଗ ରେ କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକର ଭାନପୁର ଗ୍ରାମ ପଞ୍ଚାୟତ ସଭାଗୃହ ଠାରେ  ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ଭାନପୁର ସରପଞ୍ଚ ତଥା ନର୍ଲା ସରପଞ୍ଚ ସଂଘ ସଭାପତି ଅନନ୍ତରାମ ମାଝୀ ଉପସ୍ଥିତ ରହି ମାର୍ଗଦର୍ଶନ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଗ୍ରା.ପ. ପୋଷ୍ଟ ମାଷ୍ଟର ଅନିଲ କୁମାର ପଣ୍ଡା, ଏମବିକେ ସସ୍ମିତା ଖାଡଙ୍ଗା ପ୍ରମୁଖ ଉପସ୍ଥିତ ଥିଲେ। ଜିପିଏଲଏଫ ସଭାପତି ଓ ମହାଶକ୍ତି ଫାଉଣ୍ଡେସନର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିବା ସହିତ କାର୍ଯ୍ୟକ୍ରମର ଆଭିମୁଖ୍ୟ ପ୍ରତିପାଦନ କରି ଜମାକାରୀଙ୍କ ପାଇଁ ଶିକ୍ଷା ଓ ସଚେତନତା କର୍ମଶାଳା କେତେ ଗୁରୁତ୍ୱପୂର୍ଣ୍ଣ ତାହା ବର୍ଣ୍ଣନା କରିଥିଲେ।

Omkar Vasthu
Omkar Vasthu

ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତାର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ। ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା। ପରିବାରର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ।

କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ, ଅନିଲ କୁମାର ପଣ୍ଡା, ପୋଷ୍ଟ ମାଷ୍ଟର ଶ୍ରୀ ପଣ୍ଡା ଏମବିକେ ସସ୍ମିତା ଖାଡଙ୍ଗା ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ।‌ ଗୁଣବନ୍ତ ବାରିକ,ଶୀତଳ, ଶମ୍ଭୁ ହାତୀ, ରଘୁମଣି ଭୋଇ ଓ ଗ୍ରାମ ପଞ୍ଚାୟତର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।ଏହି କର୍ମଶାଳା ରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ , ଗୋଷ୍ଠୀ ସହାୟିକା, ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀ ରୁ ୫୫ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.