କେନ୍ଦ୍ର ବଜେଟରେ ଓଡ଼ିଶାବାସୀଙ୍କ ପାଇଁ କିଛି ନାହିଁ -ନବୀନ ପଟ୍ଟନାୟକ 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: କେନ୍ଦ୍ର ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟକୁ ନେଇ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସୁଥିବା ବେଳେ ପ୍ରଥମଥର ପାଇଁ କେନ୍ଦ୍ରର ବିଜେପିର ସରକାରକୁ ଟାର୍ଗେଟ୍ କରିଛନ୍ତି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ପଟ୍ଟନାୟକ କହିଛନ୍ତି, କେନ୍ଦ୍ର ବଜେଟରେ ଓଡ଼ିଶାବାସୀଙ୍କ ପାଇଁ କିଛି ନାହିଁ । ରାଜ୍ୟବାସୀଙ୍କୁ ବିଜେପି ଦେଇଥିବା ପ୍ରତିଶ୍ରୁତି କେନ୍ଦ୍ର ସରକାର ପୂରଣ କରିନାହାଁନ୍ତି । କେନ୍ଦ୍ର ସରକାର ନିର୍ବାଚନୀ ଇସ୍ତାହାରରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାର ପ୍ରତିଶ୍ରୁତି ଦେଇଥିଲା, ହେଲେ ତାହା ପୂରଣ କଲାନାହିଁ ।

Omkar Vasthu
Omkar Vasthu

ବଜେଟରେ ଆନ୍ଧ୍ର ଓ ବିହାରକୁ ବିପୁଳ ଅର୍ଥିକ ସହାୟତା ମିଳିଥିବା ବେଳେ ଓଡିଶା ପାଇଁ କିଛି ନାହିଁ । ରାଜ୍ୟ ସରକାର ବାରମ୍ବାର କୋଇଲା ରୟାଲିଟି ସଂଶୋଧନ ପାଇଁ ଦାବି କରୁଥିବା ବେଳେ ବଜେଟରେ ଏନେଇ କେନ୍ଦ୍ର ସରକାର କିଛି ସମାଧାନ କରିନାହାଁନ୍ତି । କୋଇଲା ରୟାଲିଟି କ୍ଷେତ୍ରରେ ରାଜ୍ୟ ସରକାର ପ୍ରତିବର୍ଷ ହଜାର ହଜାର କୋଟି ଟଙ୍କାର ରାଜସ୍ୱ ହରାଉଥିବା କଥା ନବୀନ ପଟ୍ଟନାୟକ କହିଛନ୍ତି ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.