ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ସମସ୍ତ ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।

Omkar Vasthu
Omkar Vasthu

ବିଡିଓ, ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୁବର୍ଣ୍ଣପୁର ସୂରଜ କୁମାର ପଟ୍ଟନାୟକ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ପଞ୍ଚାୟତ ସମିତି ଅଧ୍ୟକ୍ଷ ସୋନପୁର ପ୍ରହଲ୍ଲାଦ ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ନିର୍ବାହୀ ଯନ୍ତ୍ରୀ ଟିପିଡବ୍ଲୁଓଡିଏଲ ଅଶୋକ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଆରଡି ବି. ଏନକେ ରେଡ୍ଡୀ, ତହସିଲଦାର ସୋନପୁର ସୌମ୍ୟାରୂପା ରଥ, ନିର୍ବାହୀ ଅଧିକାରୀ ପୌରପରିଷଦ ସୋନପୁର ମନୋରଞ୍ଜନ ପଣ୍ଡା, ଡେପୁଟି କଲେକ୍ଟର (ଗ୍ରୀଭେନସ) ଶୁଭଶ୍ରୀ ରଥ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.