ଜିଲ୍ଲାସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ନାଇକେନପାଲି ତାଲିମ ସଭାଗୃହ ଠାରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାଇକେନପାଲି ଅଧ୍ୟକ୍ଷ ଡାକ୍ତର. ରାମଶଙ୍କର ତ୍ରିପାଠୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଅତିରିକ୍ତ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଶ୍ରୀଯୁକ୍ତ ବୃନ୍ଦାବନ ସାହୁ, ବ୍ଲକ କାର୍ଯ୍ୟ ପରିଚାଳକ ପ୍ରିୟ ରଞ୍ଜନ ସାହୁ, ଭାରପ୍ରାପ୍ତ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶାନ୍ତନୁ କୁମାର ମେହେର, ଷ୍ଟାଫ ନର୍ସ ସୁନିତା କୁଜୁର, ରିଙ୍କୁ ପଧାନ (BDM), ସୁଶାନ୍ତ ନାଏକ (MRA)ପ୍ରମୁଖ ଯୋଗ ଦେଇ ଆଜିର ଦିବସରେ ଆମେ ସମସ୍ତେ ସ୍ତନ୍ୟପାନ ବିଷୟରେ ଜନସଚେତନା ସୃଷ୍ଟି କରିବା ବିଷୟରେ ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇବା ଉପରେ ଗୁରୁତ୍ୱାରୋପ କରିଥିଲେ।

Omkar Vasthu
Omkar Vasthu

ଉକ୍ତ ସଭାରେ ସମସ୍ତ ଆଶା ଏବଂ ପ୍ରସୂତି ମାଆ ମାନେ ଉପସ୍ଥିତ ଥିଲେ ପରି ଶେଷରେ ମୌଖିକ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ଉତୀର୍ଣ୍ଣ ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଶେଷରେ ଭାରପ୍ରାପ୍ତ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶାନ୍ତନୁ କୁମାର ମେହେର ଧନ୍ୟବାଦ ଅର୍ପଣ କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.