ଭବାନୀପାଟଣା ଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ): ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଧିମନ୍ ଚକମାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୨୨୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୬୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୩ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୩ଜଣଙ୍କୁ ଏବଂ ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.