ବିଶେଷଜ୍ଞ କମିଟିର ଉପକାରାଗାର ପରିଦର୍ଶନ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଓଡ଼ିଶା ସରକାରଙ୍କ ଗୃହ ବିଭାଗ ଦ୍ବାରା ମନୋନୀତ ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା) ଓ ସୁବର୍ଣ୍ଣପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି। ଜିଲ୍ଲା ଆଇନ ସେବା ପ୍ରାଧିକରଣ ସମ୍ପାଦିକା କୁମଦିନି ମୁଦୁଲିଙ୍କ ତତ୍ତ୍ବାବଧାନରେ କମିଟିର ପ୍ରଫେସର୍ ନିଲାମ୍ବର ଶତପଥୀ, ହେମନ୍ତ କୁମାର ସା ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ସୋନପୁର କାରାଗାରକୁ ପରିଦର୍ଶନ କରିଥିଲେ।

ଏହି ଅବସରରେ କମିଟି ପକ୍ଷରୁ କାରାଗାରର ର ଅନ୍ତେବାସୀଙ୍କ ସହିତଏକ କ୍ୟାମ୍ପ ର ଆୟୋଜନ କରାଯାଇଥିଲା ଏବଂ ବିଭିନ୍ନ ବିଷୟରେ ଆଲୋଚନା କରିବା ସହିତ ଆଇନ ସହିତ ଦ୍ବନ୍ଦରେ ଥୂବା ଶିଶୁ ଶିଶୁ ଚିହ୍ନଟ କରିଥିଲେ। କିନ୍ତୁ ଏଥିରେ କୌଣସି ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ ପାଇ ନ ଥିଲେ। ଉକ୍ତ ପରିଦର୍ଶନ ସମୟରେ ଉପକାରାଗାର ର ଅଧ୍ଯକ୍ଷ ଡିଲେଶ୍ବର ଜେନା ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.