ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ ସଭା ଗୃହ ଠାରେ ବ୍ଲକ ସ୍ତରୀୟ ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।ବୈଠକରେ ପୂର୍ବ ବର୍ଷର ବିବରଣୀ ପଠନ କରାଯାଇ ଚଳିତ ବର୍ଷ ଶାନ୍ତି ଶୃଙ୍ଖଳାର ସହ ସ୍ୱାଧୀନତା ଦିବସ ପାଳନ କରାଯିବା ନେଇ ଆଲୋଚନା ହୋଇଥିଲା l

Omkar Vasthu
Omkar Vasthu

ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସହକାରୀ ଯନ୍ତ୍ରୀ ସର୍ବେଶ୍ୱର ପ୍ରଧାନ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ ବେହେରା, ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ପୁଷ୍ପରାଜ ମେହେର, ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଦୀନବନ୍ଧୁ କର, ସମସ୍ତ କନିଷ୍ଠ ଯନ୍ତ୍ରୀ ସମେତ ବ୍ଲକର ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ । ପୂର୍ବ ବର୍ଷ ଭଲି ଏବର୍ଷ ମଧ୍ୟ ବଜାର ପଡିଆ ଠାରେ ଥିବା ଗୁଡହାଣ୍ଡି ମଞ୍ଚରେ ଆୟୋଜିତ ହେବ ଓ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତି ବିଶେଷ ଓ ଛାତ୍ର ଛାତ୍ରୀ ଙ୍କୁ ସଂମ୍ମାନିତ ଓ ସମ୍ବର୍ଦ୍ଧନା ଦିଆଯିବା ନେଇ ନିଷ୍ପତି ନିଆଯାଇଥିଲା l

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.