ସେଁପୁର ଶିଶୁମନ୍ଦିରରେ ଜ୍ଞାନବିଜ୍ଞାନ ମେଳା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଳ): ଭବାନୀପାଟଣା ବ୍ଲକ ସେଁପୁର ସ୍ଥିତ ଶିଶୁ ବିଦ୍ୟାମନ୍ଦିର ଠାରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଧାନ ଆଚାର୍ଯ୍ୟ ଟିକଦେବ ସାହୁ ଉଦ୍ଦେଶ୍ୟ କଥନ କରିଥିଲେ ଏବଂ ପରିଚାଳନା ସମିତିର ସଭାପତି ଭିକାରି ଚରଣ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। କର୍ଲାଗୁଡା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ପ୍ରଶାନ୍ତ ସାହୁ ଏବଂ ସାଲେଭଟା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ଅନୁରାଗ ହୋତା ଉପସ୍ଥିତ ରହି ଶିଶୁଭାଇ ଭଉଣୀ ମାନଙ୍କ ପ୍ରକଳ୍ପଗୁଡିକର ମୂଲ୍ୟାଙ୍କନ କରିଥିଲେ। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଭାଇଭଉଣୀଙ୍କ ଦ୍ୱାରା ମୋଟ ୯୭ଟି ଉଭୟ ଗଣିତ ଓ ବିଜ୍ଞାନ ପ୍ରକଳ୍ପ ଆସିଥିଲା। ଉପକୃତ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ବିଜ୍ଞାନ ଗୁରୁଜୀ ଗଙ୍ଗାଧର ଚଲାନ ବୃତ୍ତ କଥନ କରିଥିବା ବେଲେ ଜନାର୍ଦ୍ଦନ ବାଗ ମଞ୍ଚ ପରିଚାଳନା କରିଥିଲେ। ଏଥିରେ ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.