‘୫ ବର୍ଷ ପରେ ଓଡ଼ିଶାରେ ଭୂମିହୀନ ଓ ବାସହୀନ କେହି ନଥିବେ’
ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ରାଜ୍ୟର ବାସହୀନ ଓ ଭୂମିହୀନ ସମସ୍ୟାର ସମାଧାନ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଆଗାମୀ ୫ ବର୍ଷ ମଧ୍ୟରେ ସମସ୍ତଙ୍କ ଥିବ ନିଜ ଘର କେହି ରହିବେନି ଭୂମିହୀନ ଓ ବାସହୀନ । ଗ୍ରାମାଞ୍ଚଳରେ ପଟ୍ଟା ନଥିବା ହିତାଧିକାରୀ, ଗରିବଙ୍କୁ ୪ ଡିସିମିଲ ଲେଖାଏଁ ଜମି ପଟ୍ଟା ପ୍ରଦାନ କରାଯିବ । ସେହିପରି ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏଁ ଜମି ଦିଆଯିବ । ଭୂମିହୀନ ଓ ବାସହୀନମାନଙ୍କୁ ତିନୋଟି ବିଭାଗରେ ବିଭକ୍ତ କରାଯାଇଛି । ଯେଉଁ ଅନୁସାରେ, ଗ୍ରାମାଞ୍ଚଳରେ ପଟ୍ଟା ନଥିବା ହିତାଧିକାରୀ, ଗରିବଙ୍କୁ ୪ ଡିସିମିଲ ଲେଖାଏଁ ଜମି ପଟ୍ଟା ପ୍ରଦାନ କରାଯିବ । ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏଁ ଜମି ଦିଆଯିବ । ସହରାଞ୍ଚଳରେ ବସ୍ତିବାସିନ୍ଦା ଓ ବାସହୀନଙ୍କୁ ଜମି ଯୋଗାଇ ଦେଉଛନ୍ତି ସରକାର । ତୃତୀୟରେ ଜଙ୍ଗଲ ଅଧିକାର ଆଇନରେ ଜମିକୁ ମଧ୍ୟ କିସମ ପରିବର୍ତ୍ତନ କରି ଦିଆଯାଉଛି ।
ଠିକଠାକ ସର୍ଭେ କରିବା ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସର୍ଭେ କାମ ଆରମ୍ଭ ହୋଇ ଗଲାଣି । ଆବଣ୍ଟନ ମଧ୍ୟ ଆରମ୍ଭ ହୋଇଗଲାଣି । ଜମି ମିଳିବା ପରେ ବାସଗୃହ, ପାନୀୟ ଜଳ, ସରକାରଙ୍କ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଯୋଗାଇ ଦିଆଯିବ । ୨୦୨୪ ଅଗଷ୍ଟ ୧୫ ସ୍ବାଧିନତା ଦିବସ ଦିନ କଳାହାଣ୍ଡିର କିଛି ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ଦିଆଯିବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।