ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର/ ନିଲେଶ କୁମାର ନାଗ): ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର ମିଳିତ ସହଯୋଗ ରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ର ଲାଞ୍ଜିଗଡ ଗ୍ରାମ ପଞ୍ଚାୟତ ଆଶ୍ରମ ପଡା ସ୍ଥିତ ନନ୍ଦଘର ଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ସିଏସଆର ମୁଖ୍ୟ ଶିଶିର ତରପଦାର୍, ଲାଞ୍ଜିଗଡ ଥାନା ଅଧିକାରୀ ଅସ୍ମିତା ପ୍ରଧାନ, ସଖୀ ପ୍ରକଳ୍ପ ଅଧିକାରୀ ମାନସୀ ମହାନ୍ତି, ଶ୍ରୀମୁଖ ଅଗସ୍ତି ସମାଜ ସେବୀ ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍ ଘାଟନ କରିଥିଲେ। ଏହି କର୍ମଶାଳାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା, ସାଇବର ଠକେଇ ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନଦେବାପାଇଁ ସୂଚନା ଦିଆଯାଇଥିଲା ।
ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାରକୁ ଠିକ୍ ଭାବେ ପରିଚାଳନା କରିପାରିବେ। କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ ମହାଶକ୍ତି ଫାଉଣ୍ଡେସନ ତାଲିମ ଦାତା, ପିଟର ଚାନ୍ଦ ପାଣିଗ୍ରାହୀ, ଶ୍ରୀମୁଖ ଅଗସ୍ତି ସମାଜ ସେବୀ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ। ପିଟର ଚାନ୍ଦ ପାଣିଗ୍ରାହୀ, ମାନସୀ ମହାନ୍ତି, ସୁବର୍ଣ୍ଣ ନାୟକ, କେଶବ ପଶୟତ, ପରିଚାଳକ ସମ୍ପନ୍ନ। ବି.ସି. ମୁନିଗୁଡା ଓ ଶକ୍ତିମୟୀ ଫାଉଣ୍ଡେସନ ର କର୍ମ କର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ। ଏହି କର୍ମଶାଳା ରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ , ଗୋଷ୍ଠୀ ସହାୟିକା ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀ ରୁ ୬୭ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।