ବଜ୍ର ସୁରକ୍ଷା ଯନ୍ତ୍ର ଭଳି କାମକରେ ତାଳ ଗଛ 

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ଧିରେ ଧିରେ ଗ୍ରାମାଞ୍ଚଳରେ ତାଳ ଗଛ ସଂଖ୍ୟା କମିବାରେ ଲାଗିଛି। ତାଳ ଗଛ ଲଗାଇବାକୁ ଲୋକେ ଆଉ ଆଗ୍ରହ ପ୍ରକାଶ କରୁନାହାଁନ୍ତି। ତାଳ ଗଛ ବଜ୍ର ସୁରକ୍ଷା ଯନ୍ତ୍ର ଭଳି କାମ କରୁଥିଲା। ବଜ୍ରପାତ ହେଲେ, ସୁଉଚ୍ଚ ହୋଇଥିବାରୁ ବିଜୁଳି ତାଳ ଗଛ ଉପରେ ପଡ଼ୁଥିଲା। ତାହାର ପ୍ରଭାବରେ ତାଳ ଗଛ ନଷ୍ଟ ହୋଇଯାଉଥିଲା। କିନ୍ତୁ ବିଲ ବାଡ଼ିରେ କାମ କରୁଥିବା ଲୋକେ ବର୍ତ୍ତି ଯାଉଥିଲେ।

ସମୟକ୍ରମେ ତାଳ ଗଛ ସଂଖ୍ୟା କମିବାରେ ଲାଗିଛି। ଫଳରେ ବର୍ଷା ଓ ବିଜୁଳି ଘଡ଼ଘଡ଼ି ମାରିବା ସମୟରେ ଲୋକମାନେ ଝଙ୍କାଳିଆ ଗଛ ତଳେ ଆଶ୍ରୟ ନେଉଛନ୍ତି ଓ ବଜ୍ରପାତର ଶିକାର ହେଉଛନ୍ତି। ତେଣୁ ବଜ୍ରପାତଜନିତ ମୃତ୍ୟୁ କମାଇବା ପାଇଁ ତାଳ ଗଛର ସଂଖ୍ୟା ବୃଦ୍ଧି କରିବାର ଆବଶ୍ୟକତା ରହିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.