ପ୍ରଗତି କନସେପ୍ଟ ସ୍କୁଲରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): ଭବାନୀପାଟଣା ସହର ସ୍ଥିତ ପ୍ରଗତି କନସେପ୍ଟ ସ୍କୁଲର ଫନ ପାର୍କ ଲନ ପରିସର ମଧ୍ୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ-୨୦୨୪ ପାଳିତ ହୋଇଯାଇଛି । +୨ ଦ୍ଵିତୀୟ ବର୍ଷ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ଏହି ଉତ୍ସବରେ ଅଧ୍ୟକ୍ଷ ଚିନ୍ମୟ କୁମାର ଗୁରୁ ଅଧ୍ୟକ୍ଷତା କରିଥିଲେ।

ଏହି କାର୍ଯ୍ୟକ୍ରମରେ ଭବାନୀପାଟଣା ତହସିଲଦାର ଶୁଭସ୍ମିତା ମିଶ୍ର ଏବଂ  ଅନୁଷ୍ଠାନର ଚେୟାରପରସନ ସୁଶ୍ରୀ ସଙ୍ଗୀତା ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ବେଳେ ଅନୁଷ୍ଠାନର ମୁଖ୍ୟ ଅଜୟ କୁମାର ପଣ୍ଡା ମୁଖ୍ୟ ବକ୍ତା ରୂପେ ଯୋଗଦାନ କରିଥିଲେ । ଅନ୍ୟ ଅତିଥିମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ପ୍ରଣବ କୁମାର ପଣ୍ଡା, ଜେ ଶରତ କୁମାର, ବୀରେନ୍ଦ୍ର କୁମାର ପଟ୍ଟନାୟକ, ଶେଷଦେବ ମୁଣ୍ଡ, ଅଞ୍ଜନ କୁମାର ରଣା ପ୍ରମୁଖ ଯୋଗଦାନ କରିଥିଲେ ।

ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଅଣ ଶୈକ୍ଷିକ କର୍ମଚାରୀ ତଥା ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହିତ ସମାପନ ହୋଇଥିଲା।

କାର୍ଯ୍ୟକ୍ରମ ଆରମ୍ଭରେ ଦ୍ଵିତୀୟ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ହେବା ପରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନଙ୍କୁ ଉପହାର ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । କାର୍ଯ୍ୟକ୍ରମର ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.