ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ମଶାଣିବନ୍ଧରେ ଜ୍ଞାନ ବିଜ୍ଞାନ ମେଳା

ଓଡ଼ିଆ ବାର୍ତ୍ତା/ କେସିଙ୍ଗା: କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ  ମଶାଣିବନ୍ଧ ସ୍ଥିତ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବରେ ବିଦ୍ୟାଳୟର ପ୍ରତିଷ୍ଠାତା ତଥା ପରିଚାଳନା ସମିତି ସଭାପତି ବିଷ୍ଣୁପଦ ଘଡେଇ, ସମ୍ମାନୀତ ଅତିଥି ଭାବେ ସମ୍ପାଦିକା ଲଳିତା ଘଡେଇ, ସଦସ୍ୟ  ଝସକେତନ ଭୋଇ, ପ୍ରଧାନ ଆଚାର୍ଯ୍ୟ ପୁରୋହିତ ନାୟକ ଯୋଗଦେଇ ଦୀପ ପ୍ରଜ୍ବଳନ କରିବା ସହିତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ମେଳାରେ ଶିଶୁ ବାଟିକା ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୬୪ ଟି ପ୍ରକଳ୍ପ ପ୍ରଦର୍ଶନ କରାଯାଇଥିଲା।

ବିଚାରକ ଭାବେ ଜବାହାର ଉଚ୍ଚ ବିଦ୍ୟାପୀଠ ବାଲସି (କ) ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମନୋଜ କର, ପିତବାସ ସାହୁ ଏବଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ସଙ୍ଗୀତା ମହାପାତ୍ର ଯୋଗ ଦେଇଥିଲେ। ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.